ଆଉଟସୋର୍ସିଂ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା:
ଆଉଟସୋର୍ସିଂ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସର୍ଭିସ୍ ଯୋଗାଣ ସଂସ୍ଥା ଦ୍ବାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଆଉଟସୋର୍ସିଂ କର୍ମଚାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି। ଏହି କର୍ମଚାରୀ ମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଅଭିଯୋଗ ଶୁଣାଣୀ ବ୍ୟବସ୍ଥା ତଥା ଠିକ୍ ସମୟରେ ପ୍ରାପ୍ୟ ପ୍ରଦାନ ଆଦି ବିଷୟ ଅନ୍ତର୍ଭୁକ୍ତ। ସୂଚନାଯୋଗ୍ୟ ଯେ ଏହି ଆଉଟସୋର୍ସିଂ କର୍ମଚାରୀ ମାନେ ସେମାନଙ୍କର ବିଭିନ୍ନ ଅସୁବିଧା ସଂପର୍କରେ ୫-ଟି ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଜଣାଇଥିଲେ। ତଦ୍ନୁଯାୟୀ ରାଜ୍ୟ ସରକାର ନିମ୍ନୋକ୍ତ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ୧. ସେମାନଙ୍କ ମାସିକ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି କରାଗଲା। ୨. ସେମାନେ ଯେପରି ମାସ ଶେଷକୁ ସେମାନଙ୍କର ପାରିଶ୍ରମିକ ଠିକ୍ ସମୟରେ ପାଇପାରିବେ, ଏହା ସୁନିଶ୍ଚିତ କରିବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି। ୩. Outsourcing କର୍ମଚାରୀ ଓ Service Provider Agency ମଧ୍ୟରେ ଥିବା ବିଭିନ୍ନ ବିବାଦର ସମାଧାନ ପାଇଁ Odisha State Outsourcing Employees OMBUDSMAN ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ୪. ଅଭିଜ୍ଞତା ଥିବା କାର୍ମଚାରୀ ମାନଙ୍କୁ ଅଧିକ ପାରିଶ୍ରମିକ...